Judgement: ସୁପ୍ରିମକୋର୍ଟରୁ ପ୍ରତାପ ଜେନାଙ୍କୁ ଆଶ୍ବସ୍ତି, ହାଇକୋର୍ଟଙ୍କ ରାୟ କାଏମ ରହିଲା

Oct 15, 2026 - 19:52
Judgement: ସୁପ୍ରିମକୋର୍ଟରୁ ପ୍ରତାପ ଜେନାଙ୍କୁ ଆଶ୍ବସ୍ତି, ହାଇକୋର୍ଟଙ୍କ ରାୟ କାଏମ ରହିଲା

"କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ସୁପ୍ରିମକୋର୍ଟରୁ ପୂର୍ବତନ ବିଧାୟକ ପ୍ରତାପ କୁମାର ଜେନାଙ୍କୁ ଆଶ୍ବସ୍ତି ମିଳିଛି।

ଓଡ଼ିଶା ହାଇକୋର୍ଟଙ୍କ ୨୦୨୪, ଅକ୍ଟୋବର ୧ର ରାୟରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରିଛନ୍ତି।

ଏଥି ସହିତ ହାଇକୋର୍ଟଙ୍କ ରାୟ ବିରୋଧରେ ରଣଜିତ ବରାଳ ଦାୟର କରିଥିବା ଏସଏଲପିକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି।

ଜଷ୍ଟିସ ବିକ୍ରମ ନାଥ ଓ ଜଷ୍ଟିସ ଅପରେଶ କୁମାର ସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ବରାଳଙ୍କ ଏସଏଲପିର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।Advertisment ଏଠାରେ ସୂଚନା ଯୋଗ୍ୟ ଯେ ମାହାଙ୍ଗା ଡବଲ ମର୍ଡର ମାମଲାରେ ଶ୍ରୀ ଜେନାଙ୍କ ବିରୋଧରେ ସାଲେପୁର ଜେଏମଏଫସି ଅଦାଲତ ଆଇପିସିର ଦଫା ୩୦୨, ୧୨୦-ବି, ୫୦୬ରେ କଗନିଜାନ୍ସ ଗ୍ରହଣ କରି ୨୦୨୩, ସେପ୍ଟେମ୍ବର ୨୫ରେ ପ୍ରଦାନ କରିଥିବା ନିର୍ଦ୍ଦେଶକୁ ଓଡ଼ିଶା ହାଇକୋର୍ଟ ୨୦୨୪, ଅକ୍ଟୋବର ୧ରେ ରଦ୍ଦ କରିଥିଲେ।

ଏଥି ସହିତ ନିମ୍ନ ଅଦାଲତରେ ଶ୍ରୀ ଜେନାଙ୍କ ବିରୋଧରେ ବିଚାରାଧୀନ ଏ ସଂପର୍କିତ ଫୌଜଦାରୀ ମାମଲାକୁ ମଧ୍ୟ ହାଇକୋର୍ଟ ଖାରଜ କରିଥିଲେ।

ହାଇକୋର୍ଟଙ୍କ ଏହି ରାୟକୁ ଚାଲେଞ୍ଜ କରି ଶ୍ରୀ ବରାଳ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।

୨୦୨୫, ଜାନୁଆରି ୨୪ରେ ସୁପ୍ରିମକୋର୍ଟ ଶ୍ରୀ ବରାଳଙ୍କ ଆବେଦନକୁ ବିଚାର ପାଇଁ ଗ୍ରହଣ କରିଥିଲେ।

ସୁପ୍ରିମକୋର୍ଟରେ ଶ୍ରୀ ବରାଳଙ୍କ ଆବେଦନର ପ୍ରାରମ୍ଭିକ ଶୁଣାଣି ସମୟରେ ଶ୍ରୀ ଜେନାଙ୍କ ତରଫରୁ ଆଇନଜୀବୀ ଉପସ୍ଥିତ ରହି ପକ୍ଷ ରଖିଥିଲେ।

ଉଭୟ ପକ୍ଷଙ୍କୁ ଶୁଣିବା ପରେ ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ନୋଟିସ୍ ଜାରି କରିଥିଲେ।

ମାମଲାର ବିବରଣୀରୁ ପ୍ରକାଶ ଯେ ୨୦୨୧ ଜାନୁଆରି ୨ରେ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟା ଘଟଣାର ତଦନ୍ତ କରି ପୁଲିସ ଯେଉଁ ଚାର୍ଜସିଟ ଦାଖଲ କରିଥିଲା ସେଥିରେ ତତ୍କାଳୀନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ନାମ ସ୍ଥାନ ପାଇ ନ ଥିଲା।

ଏତଲାରେ ଶ୍ରୀ ଜେନାଙ୍କ ନାଁରେ ଅଭିଯୋଗ ଥିବା ବେଳେ ଚାର୍ଜସିଟରୁ କିନ୍ତୁ ତାଙ୍କୁ ବାଦ ଦିଆଯାଇଥିଲା।

ପୁଲିସର ଚାର୍ଜସିଟ ବିରୋଧରେ ଏତଲାକାରୀ ରମାକାନ୍ତ ବରାଳଙ୍କ ପକ୍ଷରୁ ପ୍ରୋଟେଷ୍ଟ ପିଟିସନ ସାଲେପୁର ଜେଏମଏଫସି ଅଦାଲତରେ ଦାଖଲ ହୋଇଥିଲା।

ଅଦାଲତ ପିଟିସନର ଶୁଣାଣି କରି ଘଟଣାର ଅଧିକ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।

Rahul Gandhi: ସୁପ୍ରିମକୋର୍ଟ ରାଜନୈତିକ ପ୍ରଭାବ ପ୍ରଦର୍ଶନ ପାଇଁ ଏକ ମଞ୍ଚ ନୁହେଁ, ରାହୁଲ ଗାନ୍ଧୀଙ୍କ ପଦଯାତ୍ରାକୁ ବିରୋଧ କଲେ ୨୦୦ ଆଇନଜୀବୀ ଘଟଣାର ତ୍ବରିତ ତଦନ୍ତ କରି ରିପୋର୍ଟ ଦାଖଲ ପାଇଁ ମାହାଙ୍ଗା ଥାନା ଆଇଆଇସିଙ୍କୁ ଅଦାଲତ ନିର୍ଦ୍ଦେଶ ଦେଇଥିଲେ।

ସିଡିଆର ମଗାଇବା ପାଇଁ ପୁଲିସକୁ ନିର୍ଦ୍ଦେଶ ଦିଆଯାଇଥିଲା।

ମାହାଙ୍ଗା ଥାନାର ତତ୍କାଳୀନ ଆଇଆଇସିଙ୍କ ବଦଳି ପରେ ସାଲେପୁର ଡିଏସପିଙ୍କୁ ତଦନ୍ତ ଭାର ଦିଆଯାଇଥିଲା।

ଡିଏସପି ତଦନ୍ତ ଶେଷ କରିବା ପରେ ଶ୍ରୀ ଜେନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳି ନଥିବା ଦର୍ଶାଇ ଫାଇନାଲ ରିପୋର୍ଟ ଅଦାଲତରେ ଦାଖଲ କରିଥିଲେ।

ଅନ୍ୟପକ୍ଷରେ ଏହି ଫାଇନାଲ ରିପୋର୍ଟରେ କୌଣସି ଆପତ୍ତି ଥିଲେ ଅବଗତ କରିବାକୁ ଏତଲାକାରୀ ରମାକାନ୍ତ ବରାଳଙ୍କୁ ଅଦାଲତ ନୋଟିସ୍ ଜାରି କରିଥିଲେ।

ରମାକାନ୍ତ ବରାଳ ନୋଟିସ୍ ପାଇଥିଲେ।

କିନ୍ତୁ ଏ ନେଇ ପ୍ରୋଟେଷ୍ଟ ପିଟିସନ ମାଧ୍ୟମରେ ଅବଗତ କରିବା ପୂର୍ବରୁ ୨୦୨୨, ଡିସେମ୍ବର ୯ରେ ଏତଲାକାରୀ ରମାକାନ୍ତ ବରାଳଙ୍କ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା।

ଏହାପରେ ତାଙ୍କ ଭାଇ ରଣଜିତ ବରାଳ ପ୍ରୋଟେଷ୍ଟ ପିଟିସନ ଦାଖଲ କରିଥିଲେ।

ଏହି ପ୍ରୋ‌ଟେଷ୍ଟ ପିଟିସନର ସାଲେପୁର ଜେଏମଏଫସି ଅଦାଲତ ୨୦୨୩, ସେପ୍ଟେମ୍ବର ୨୫ରେ ଶୁଣାଣି କରି ଶ୍ରୀ ଜେନାଙ୍କ ବିରୋଧରେ ଆଇପିସିର ଦଫା ୩୦୨, ୧୨୦-ବି, ୫୦୬ରେ କଗନିଜାନ୍ସ ଗ୍ରହଣ କରିଥିଲେ।

ଏଥି ସହିତ ଅଦାଲତ ଶ୍ରୀ ଜେନାଙ୍କୁ ହାଜର ହେବା ପାଇଁ ସମନ୍ ଜାରି କରିଥିଲେ।

ଏହି ନିର୍ଦ୍ଦେଶକୁ ଚାଲେଞ୍ଜ କରି ଶ୍ରୀ ଜେନା ହାଇକୋର୍ଟଙ୍କ ଦ୍ବାରସ୍ଥ ‌ହୋଇଥିଲେ।

୨୦୨୪, ଅଗଷ୍ଟ ୧ରେ ହାଇକୋର୍ଟ ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିବା ବେଳେ ୨୦୨୪, ଅକ୍ଟୋବର ୧ରେ ଚୂଡାନ୍ତ ରାୟ ପ୍ରକାଶ କରିଥିଲେ।

ଉଲ୍ଲେଖ ଯୋଗ୍ୟ ଯେ ୨୦୨୪, ଅଗଷ୍ଟ ୨୮ରେ ସାଲେପୁର ଅତିରିକ୍ତ ଦୌରା ଜଜ୍ ଅଦାଲତ ମାହାଙ୍ଗା ଡବଲ ମର୍ଡର ମାମଲାରେ ୯ଜଣଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ପ୍ରଦାନ କରିଥିଲେ।

ଅନ୍ୟପକ୍ଷରେ ଉପଯୁକ୍ତ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତଙ୍କୁ ମାମଲାରୁ ଦୋଷମୁକ୍ତ କରିଥିଲେ।"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)