Karan Adani Meets CM Majhi: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କରନ ଆଦାନୀ
"ଭୁବନେଶ୍ବର,: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶିଳ୍ପପତି ଗୌତମ ଆଦାନୀଙ୍କ ପୁଅ ତଥା ଆଦାନୀ ପୋର୍ଟସ୍ ଆଣ୍ଡ୍ ଏସ୍ଇଜେଡ୍ର ପରିଚାଳନା ନିର୍ଦ୍ଦେଶକ କରନ ଆଦାନୀ ସାକ୍ଷାତ କରିଛନ୍ତି।
ଓଡ଼ିଶାରେ ଆଦାନୀ ଗ୍ରୁପ୍ ଆଲୁମିନିୟମଠାରୁ ଆରମ୍ଭ କରି ଶକ୍ତି ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ବିପୁଳ ନିବେଶ ଘୋଷଣା କରିଥିବାରୁ ଏହି ସାକ୍ଷାତକାରକୁ ଗୁରୁତ୍ବପୂର୍ଣ୍ଣ ବିଚାର କରାଯାଉଛି।
ଆଲୁମିନିୟମ ଶିଳ୍ପରେ କମ୍ପାନି ଏକ ଲକ୍ଷ କୋଟି ଟଙ୍କା ନିବେଶ କରିବାକୁ ଯାଉଛି।Advertisment ସମସ୍ତ ପ୍ରସ୍ତାବିତ ପ୍ରକଳ୍ପ ସମ୍ପର୍କରେ ହୋଇଛି ଆଲୋଚନା ମୁଖ୍ୟମନ୍ତ୍ରୀଙ୍କ ସହ କରନ ଏହି ସମସ୍ତ ପ୍ରସ୍ତାବିତ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିଛନ୍ତି।ଅନ୍ୟ ପକ୍ଷରେ, ଖାରବେଳ ଭବନରେ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ମଧ୍ୟ କରନ ସାକ୍ଷାତ କରିଥିଲେ।
ରାଉରକେଲାରେ ପ୍ରବଳ ବର୍ଷା: ଆରଏମ୍ସିର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ ରାଜ୍ୟର ସ୍ବଚ୍ଛ ଶକ୍ତି କ୍ଷେତ୍ରରେ ଆଦାନୀ ଗ୍ରୁପ୍ କରୁଥିବା ନିବେଶ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା।
ରାଜ୍ୟର ଦୀର୍ଘକାଳୀନ ଶକ୍ତି ସୁରକ୍ଷା ଓ ସ୍ବଚ୍ଛ ଶକ୍ତି ଆକାଂକ୍ଷା କିଭଳି ପୂରଣ ହୋଇପାରିବ ସେ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।
ବୈଠକରେ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା, ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ବିଶାଲ ଦେବ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
