Low pressure formed: ସୃଷ୍ଟି ହେଲା ଲଘୁଚାପ: ୨ ଦିନ ପ୍ରବଳ ବର୍ଷା
"ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତା ପର୍ଯ୍ୟନ୍ତ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି।
ଆସନ୍ତା ୨ରୁ ୩ ଦିନରେ ଲଘୁଚାପ ଆହୁରି ବଳ ଗୋଟାଇ ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଏଥିସହ ଋତୁକାଳୀନ ଟ୍ରଫ୍ଲାଇନ୍ ମଧ୍ୟ ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଲଘୁଚାପ କ୍ଷେତ୍ର ମଧ୍ୟ ଦେଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ହୋଇ ଗତି କରୁଛି।Advertisment Weather:୧୦୦ ବର୍ଷରେ ତୃତୀୟ ଶୁଖିଲା ଜୁନ୍ ୪ ପ୍ରମୁଖ କାରଣରୁ ୪୦ ପ୍ରତିଶତ କମ୍ ବର୍ଷା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା କିଛି ଦିନ ପ୍ରବଳ ବର୍ଷା ହୋଇପାରେ।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨ ଦିନ କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷାକୁ ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି।
କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଆସନ୍ତାକାଲି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାଲେଶ୍ବର, କଟକ, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଧା ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଆସନ୍ତା ୪ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକରେ ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Weather: ମୁମ୍ବାଇରେ ବର୍ଷା, ମୌସୁମୀ ଆଗକୁ ବଢ଼ିବା ଆଶା"