Low pressure today: ଆଜି ଲଘୁଚାପ: ୩୦ରେ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

Aug 29, 2026 - 03:09
Low pressure today: ଆଜି ଲଘୁଚାପ: ୩୦ରେ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

"ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ, ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଅଧିକ ଘନୀଭୂତ ହୋଇଛି।

ଏହା ସମୁଦ୍ର ପତ୍ତନଠାରୁ ୭.୭ କିମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତାରିତ ହେବା ସହ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି।

ପ୍ରଭାବରେ ଅଗଷ୍ଟ ୨୯ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏହାଦ୍ବାରା ଶନିବାରଠାରୁ ଉତ୍ତର ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ।

ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ଆଶଙ୍କା ରହିଛି।Advertisment Weather: ଚୀନର ସତର୍କ ସୂଚନା; ନେପାଳରେ ୩ ଦିନ ମଧ୍ୟରେ ପୁଣି ବନ୍ୟା ଆଶଙ୍କା ରବିବାର ସକାଳଠାରୁ ସୋମବାର ସକାଳ ମଧ୍ୟରେ ମୟୂରଭଞ୍ଜର କେତେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି।

ଏହି ସମୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ପରବର୍ତ୍ତୀ ଦିନଗୁଡ଼ିକରେ ମଧ୍ୟ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀମାନେ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ମୌସୁମୀ ସମୟ ଅର୍ଥାତ୍‌ ଜୁନ୍‌ ୧ରୁ ଅଗଷ୍ଟ ୨୮ ମଧ୍ୟରେ ରାଜ୍ୟରେ ୧୧୧୧.୪ ମିମି ବର୍ଷା ହୋଇଛି, ଯାହାକି ସ୍ବାଭାବିକଠାରୁ ୨୬% ଅଧିକ।

କୌଣସି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇ ନାହିଁ।

ସବୁ ଜିଲ୍ଲାରେ ସ୍ବାଭାବିକଠାରୁ ଅଧିକ କିମ୍ବା ଅତ୍ୟଧିକ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି।

Weather in Odisha: ଓଡ଼ିଶାରେ ଦାଉ ସାଧୁଛି ପାଣିପାଗ: ଆସୁଛି ଦୁଇଟି ଲଘୁଚାପ, ୧୫ ଯାଏଁ ପ୍ରବଳ ବର୍ଷା"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)