Maoist Cache: ମାଓ ଡମ୍ପ ଉଦ୍ଧାର କଲା ମାଲକାନଗିରି ପୁଲିସ

Jun 09, 2026 - 16:19
Maoist Cache: ମାଓ ଡମ୍ପ ଉଦ୍ଧାର କଲା ମାଲକାନଗିରି ପୁଲିସ

"ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ମାଓବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା।

ମିଳିତ ତଲାସୀ ଅଭିଯାନ ସମୟରେ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ଜବତ କରିଛି ପୁଲିସ।

ଜବତ ସାମଗ୍ରୀ ମଧ୍ୟରେ ବନ୍ଧୁକ, ବିସ୍ଫୋରକ ସାମଗ୍ରୀ ଏବଂ ମାଓବାଦୀଙ୍କ ନିତ୍ୟ ବ୍ୟବହାର୍ଯ୍ୟ ବିଭିନ୍ନ ସାମଗ୍ରୀ ରହିଛି।Advertisment ୩୨ ପ୍ରକାରର ମାଓ ସାମଗ୍ରୀ ଜବତ ଏନେଇ ଆଜି ମାଲକାନଗିରି ଜିଲ୍ଲା ପୁଲିସ ମୁଖ୍ୟାଳୟରେ ଆୟୋଜିତ ସାମ୍ବାଦିକସମ୍ମିଳନୀରେ ଏସପି ବିନୋଦ ପାଟିଲ ସୂଚନା ଦେଇଛନ୍ତି।

ପୁଲିସର ସୂଚନା ଅନୁଯାୟୀ, ଜିଲ୍ଲାର କିଟିମିଟି ଓ କଟୁଆପଦର ଜଙ୍ଗଲ ଅଞ୍ଚଳରେ ବିଏସଏଫ ଏବଂ ଡିଭିଏଫ୍ ଯବାନଙ୍କ ମିଳିତ ତଲାସୀ ଅଭିଯାନ ବେଳେ ଏହି ସଫଳତା ମିଳିଛି।

ଅଭିଯାନ ସମୟରେ ପ୍ରାୟ ୩୨ ପ୍ରକାରର ମାଓ ସାମଗ୍ରୀ ଜବତ କରାଯାଇଥିବା ପୁଲିସ କହିଛି।

ଜବତ ସାମଗ୍ରୀ ମଧ୍ୟରେ ବନ୍ଧୁକ, ବିସ୍ଫୋରକ ଉପକରଣ, ଦୈନନ୍ଦିନ ବ୍ୟବହାର ସାମଗ୍ରୀ ସହ ଅନ୍ୟାନ୍ୟ ମାଓବାଦୀ ସାମଗ୍ରୀ ରହିଛି।

ଏହି ଜବତି ଫଳରେ ମାଓବାଦୀଙ୍କ କାର୍ଯ୍ୟକଳାପକୁ ବଡ଼ ଧକ୍କା ଲାଗିଥିବା ପୁଲିସ ପକ୍ଷରୁ କୁହାଯାଇଛି।

ଅଞ୍ଚଳରେ ଏଭଳି କମ୍ବିଂ ଓ ସର୍ଚ୍ଚ ଅପରେସନ୍ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ଏସପି ସୂଚନା ଦେଇଛନ୍ତି।

ଅଧିକ ପଢନ୍ତୁ: Nightclub Controversy: ନାଇଟ୍‌ କ୍ଲବ୍‌ ଅଡୁଆରେ ଷ୍ଟୋକ୍ସ, ଆଟ୍‌କିନ୍‌ସନ୍‌ ଆହୁରି ଦେଖନ୍ତୁ...

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।