22 JULY 2026

Welcome!

Unlock your personalized experience.
Sign Up

Medical College: ୮ ମେଡିକାଲ କଲେଜ ନକ୍ସା ଚୂଡ଼ାନ୍ତ: ଢେଙ୍କାନାଳ, ଜଗତସିଂହପୁର ଓ ଭଦ୍ରକରେ ହେବ ମେଡିକାଲ କଲେଜ

Jun 09, 2026 - 05:51
Medical College: ୮ ମେଡିକାଲ କଲେଜ ନକ୍ସା ଚୂଡ଼ାନ୍ତ: ଢେଙ୍କାନାଳ, ଜଗତସିଂହପୁର ଓ ଭଦ୍ରକରେ ହେବ ମେଡିକାଲ କଲେଜ

ବାରିପଦା: ଉନ୍ନ‌ତ ଚିକିତ୍ସା ସେବା ପାଇଁ ମୟୂରଭଞ୍ଜବାସୀଙ୍କୁ ଦୂର ସହରକୁ ଦୌଡ଼ିବାକୁ ପଡ଼ୁଥିଲା। ଏବେ ସେହି ସେବା ଘର ନିକଟରେ ଉପଲବ୍ଧ ହେବ। ରୋଗୀଙ୍କ ପରିବାରର ଆର୍ଥିକ ଓ ଶାରୀରିକ କଷ୍ଟ ଦୂରହେବ। ବହୁ ମୂଲ୍ୟବାନ ଜୀବନ ରକ୍ଷା ପାଇଯିବ। ୨୫୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ(ପିଆର୍‌ଏମ୍‌) ମେଡିକାଲ କଲେଜ ଆଣ୍ଡ ହସ୍‌ପିଟାଲର ଅତ୍ୟାଧୁନିକ କୋଠାକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂତନ ସରକାରର ମାତ୍ର ୨୦ ମାସ ମଧ୍ୟରେ ଯାଜପୁର, କନ୍ଧମାଳ ଓ ତାଳଚେରରେ ୩ଟି ନୂଆ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହୋଇଛି। ଗତ ଫେବ୍ରୁଆରି ମାସରେ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ପାଇଁ ଶୁଭ ଦିଆଯାଇଛି। 

China: କିମ୍‌ଙ୍କୁ ଜିନପିଙ୍ଗ୍‌ଙ୍କ ଦୃଢ଼ ପ୍ରତିଶ୍ରୁତି; ସଂପର୍କକୁ ନୂଆ ଶିଖରକୁ ନିଆଯିବ

ଢେଙ୍କାନାଳ, ଜଗତସିଂହପୁର ଓ ଭଦ୍ରକରେ ହେବ ମେଡିକାଲ କଲେଜ
ଗଜପତି, ମାଲକାନଗିରି, ରାୟଗଡ଼ାରେ ଆୟୁର୍ବେଦିକ ମେଡିକାଲ କଲେଜ
ନୟାଗଡ଼ ଓ ନୂଆପଡ଼ାରେ ନୂଆ ହୋମିଓପାଥିକ୍‌ ମେଡିକାଲ କଲେଜ

ଖୁବ୍‌ଶୀଘ୍ର ଢେଙ୍କାନାଳ, ଜଗତସିଂହପୁର ଓ ଭଦ୍ରକରେ ମଧ୍ୟ ମେଡିକାଲ କଲେଜ ସ୍ଥାପନ ହେବ। ସେହିପରି ଗଜପତି, ମାଲକାନଗିରି, ରାୟଗଡ଼ାରେ ୩ଟି ନୂଆ ଆୟୁର୍ବେଦିକ ମେଡିକାଲ କଲେଜ ସହିତ ନୟାଗଡ଼ ଓ ନୂଆପଡ଼ାରେ ୨ଟି ନୂଆ ହୋମିଓପାଥିକ୍‌ ମେଡିକାଲ କଲେଜ ଖୋଲିବା ପାଇଁ ପଦକ୍ଷେପ ନିଆଯାଉଛି।
ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ, ମୟୂରଭଞ୍ଜ ଜିଲ୍ଲାର କମ୍ୟୁନିଟି ହେଲ୍‍ଥ, ମାତୃ ଓ ଶିଶୁ ସ୍ବାସ୍ଥ୍ୟସେବା, ଜନସ୍ବାସ୍ଥ୍ୟ ଗବେଷଣା ଏବଂ ଜନଜାତି ବର୍ଗଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ଏହି ମେଡିକାଲ କଲେଜ ପ୍ରମୁଖ ଭୂମିକା ଗ୍ରହଣ କରିବ। ‌ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ୪୩୦.୬୨ କୋଟିରୁ ଅଧିକ ଟଙ୍କାର ୩୯ଟି ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥି‌ଲେ। ଏଥିରେ ୨୧ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଏବଂ ୧୮ଟି ପ୍ରକଳ୍ପ ଉଦ୍‍ଘାଟିତ ହୋଇଛି। ଜିଲ୍ଲାର ପାନୀୟଜଳ ସମସ୍ୟା ଦୂର ପାଇଁ ପ୍ରାୟ ୧୦୦ କୋଟିର ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ।  ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପିଆର୍‌ଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ପରିଦର୍ଶନ କରି ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହିତ କଥା ହୋଇଥିଲେ। ମହାନ ସମାଜ ସଂସ୍କାରକ ଗୁରୁ ଗୋମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ତ୍ୟାଗ ଓ ଆଦର୍ଶକୁ ସେ ମନେ ପକାଇଥିଲେ। 

Medical student: କାଠଯୋଡ଼ିରୁ ମିଳିଲା ଡାକ୍ତରୀ ଛାତ୍ରୀଙ୍କ ମୃତଦେହ, ହତ୍ୟା ସନ୍ଦେହ

ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ନିରନ୍ତର ସହଯୋଗ ଯୋଗୁ ମୟୂରଭଞ୍ଜ ବିକାଶର ଏକ ନୂଆ ଶିଖରରେ ପହଞ୍ଚି ପାରିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହି ହସ୍ପିଟାଲ ଆଗାମୀ ଦିନରେ ସମଗ୍ର ଉତ୍ତର ଓଡ଼ିଶାର ସ୍ୱାସ୍ଥ୍ୟ ମାନଚିତ୍ର ବଦଳାଇ ଦେବ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ଉଦଳା ବିଧାୟକ ଭାସ୍କର ଚନ୍ଦ୍ର ମଢ଼େଇ, ସାରସକଣା ବିଧାୟକ ଭାଦବ ହାଁସଦା, ରାଇରଙ୍ଗପୁର ବିଧାୟକ ଜଲେନ ନାଏକ, ବାଙ୍ଗିରିପୋଷି ବିଧାୟିକା ସୁଶ୍ରୀ ସଞ୍ଜଳି ମୁର୍ମୁ, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ, ବଡ଼ସାହି ବିଧାୟକ ସନାତନ ବିଜୁଳି, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଡା. ବୁଢ଼ାନ ମୁର୍ମୁ ପ୍ରମୁଖ ଉପସ୍ଥିତ ରହିଥିଲେ। ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବାରିପଦା ବିଧାୟକ ପ୍ରକାଶ ସୋରେନ ଧନ୍ୟବାଦ ଅର୍ପଣ କରିଥିଲେ। ଅସୁସ୍ଥତା କାରଣରୁ ଗ୍ରାମ୍ୟ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇନଥିଲେ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।