Monsoon Active Across Odisha: ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ଝଡ଼ବର୍ଷା, ୪୦-୫୦ କି.ମି. ବେଗରେ ପବନ ବହିବ
ଆଜି ୨୦ ଜିଲ୍ଲାରେ ଝଡ଼ବର୍ଷା। ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ଆଶଙ୍କା ରହିଛି।
ଏହାସହ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି ଆକଳନ କରାଯାଉଛି। ଏଣୁ ଏହି ୬ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ସତର୍କ ରହିବାକୁ କୁହାଯାଇଛି। ଉପକୂଳ ଜିଲ୍ଲା ଓ ସଂଲଗ୍ନ ଆଭ୍ୟନ୍ତର ଅଞ୍ଚଳରେ ବି ଝଡ଼ବର୍ଷା ଆଶଙ୍କା ରହିଛି।
ତେଣୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୨୮ ତାରିଖ ଯାଏଁ ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।