Monsoon Update: ମୌସୁମୀ ପ୍ରଭାବରେ ଉତ୍ତର-ଦକ୍ଷିଣ ଓଡ଼ିଶାରେ ଭଲ ବର୍ଷିବ, ୬ ଜିଲ୍ଲାକୁ ଅରେଞ୍ଜ,୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର ୨୫/୦୬: ମୌସୁମୀ ପ୍ରଭାବରେ ରାଜ୍ୟର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭଲ ବର୍ଷା ହେବ । ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଭାରି ବର୍ଷା ଆଶଙ୍କା ଥିବାରୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ଆଶଙ୍କା ଅଛି । ଦକ୍ଷିଣ ଓଡ଼ିଶାରେ ବର୍ଷା ସହିତ ପବନ ବି ବହିପାରେ ।
ଅଧିକ ପଢ଼ନ୍ତୁ :- Fire Safety : ଶିକ୍ଷାନୁଷ୍ଠାନ ଏବଂ କୋଚିଂ ସେଣ୍ଟରରେ ହେବ ଅଗ୍ନି ନିରାପତ୍ତା ଯାଞ୍ଚ, ୧୫ ଦିନରେ ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଶୁକ୍ରବାର ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡିରେ ଭାରି ବର୍ଷା ଆଶଙ୍କା ଅଛି । ୨୭ ଓ ୨୮ ତାରିଖରେ ଦକ୍ଷିଣ ଓ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଏକାଧିକ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ । ଜଗତସିଂହପୁର ଓ ନୂଆପଡ଼ାରେ ତାପମାତ୍ରା ସର୍ବାଧିକ ୩୯ ଡିଗ୍ରୀ ରେକର୍ଡ ହୋଇଛି । ଅନୁଗୁଳରେ ୩୮.୧, ନୟାଗଡ଼ ଓ ତାଳଚେରରେ ୩୮ ଓ ଭୁବନେଶ୍ୱରରେ ୩୭.୮ ଡିଗ୍ରୀ ରେକର୍ଡ ହୋଇଛି ।