Murder: ବିବାହିତା ମହିଳାଙ୍କୁ ବେକରେ ଲୁଗା ଲଗାଇ ହତ୍ୟା: ସ୍ୱାମୀ, ଶାଶୁ ଓ ଶ୍ୱଶୁର ଅଟକ

Aug 26, 2026 - 12:59
Murder: ବିବାହିତା ମହିଳାଙ୍କୁ ବେକରେ ଲୁଗା ଲଗାଇ ହତ୍ୟା: ସ୍ୱାମୀ, ଶାଶୁ ଓ ଶ୍ୱଶୁର ଅଟକ

"ଝାରପୋଖରିଆ: ଝାରପୋଖରିଆ ଥାନା ଅନ୍ତର୍ଗତ ମଠଚକ ନିକଟରେ ଜଣେ ବିବାହିତା ମହିଳାଙ୍କୁ ବେକରେ ଲୁଗା ଲଗାଇ ହତ୍ୟା କରାଯାଇଥିବା ଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି।

ମୃତ ମହିଳା ଜଣକ ହେଲେ ଲିଜାରାଣୀ ପାତ୍ର ଓ ଅଭିଯୁକ୍ତ ସ୍ୱାମୀ ହେଲେ କ୍ଷିତୀଶ ପାତ୍ର।Advertisment ଯୌତୁକଜନିତ ହତ୍ୟାକାଣ୍ଡ ବୋଲି ସଙ୍ଗୀନ ଅଭିଯୋଗ ପ୍ରାଥମିକ ତଦନ୍ତରୁ ପରକୀୟା ପ୍ରୀତି ସନ୍ଦେହରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୁଲିସ ସୂଚନା ଦେଉଥିବା ବେଳେ ମୃତକଙ୍କ ବାପା ଓ ପରିବାର ଲୋକେ ଏହାକୁ ସମ୍ପୂର୍ଣ୍ଣ ରୂପେ ଯୌତୁକଜନିତ ହତ୍ୟାକାଣ୍ଡ ବୋଲି ସଙ୍ଗୀନ ଅଭିଯୋଗ ଆଣିଛନ୍ତି।

ମୃତକଙ୍କ ବାପାଙ୍କ କହିବା ଅନୁଯାୟୀ, ବିବାହ ପରଠାରୁ ୧୦ ଲକ୍ଷ ଟଙ୍କା, ଗାଡ଼ି ଓ ଆସବାବପତ୍ର ଦାବି କରି ତାଙ୍କ ଝିଅ ଉପରେ ଶାଶୁଘର ଲୋକେ ଅକଥନୀୟ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ ଏବଂ ଏ ନେଇ ପୂର୍ବରୁ ଥାନାରେ ଆପୋସ ସମାଧାନ ମଧ୍ୟ ହୋଇଥିଲା, ମାତ୍ର ଶେଷରେ ତାଙ୍କୁ ମାରିଦିଆଯାଇଛି।

ଖବର ପାଇ ଝାରପୋଖରିଆ ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ସ୍ୱାମୀ କ୍ଷିତୀଶ, ଶାଶୁ ଓ ଶ୍ୱଶୁରଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।

Forest Department: ଚୋରା କାଠ ବୋଝେଇ ପିକଅପ୍ ଜଵତ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Master Data Analytics

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)