National Lok Adalat ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ
"ଭୁବନେଶ୍ୱର: ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଓ ରାଜସ୍ୱ ଅଦାଲତ ପରିସରରେ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ।
ଆଜି (ଗୁରୁବାର) ଏନେଇ ଭୁବନେଶ୍ବରସ୍ଥିତ ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Advertisment National Lok Adalat: ରାଷ୍ଟ୍ରୀୟ ଲୋକ ଅଦାଲତରେ ୨,୭୭,୫୨୩ ମାମଲା ଫଏସଲା, ୧୩୧୨ ଟ୍ରାଫିକ ଚାଲାଣ ଅନ୍ତର୍ଭୁକ୍ତଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍ ଯୋଗ୍ୟ), ଚେକ୍ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ ।
National Lok Adalat: ହାଇକୋର୍ଟରେ ଜାତୀୟ ଲୋକ ଅଦାଲତ: ୧୧୫ ମାମଲାର ସମାଧାନ, ୯.୬୮ କୋଟି କ୍ଷତିପୂରଣ ନିର୍ଦ୍ଦେଶ କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍, ବିଦ୍ୟୁତ, ପାନୀୟ ଜଳ ବିଲ୍ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ।
ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ ।
ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ ।
Lok Adalat: ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ: ୪୦,୨୩୬ଟି ମାମଲାର ଫଇସଲା ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
