ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ସରକାରୀ, ଶିକ୍ଷାନୁଷ୍ଠାନ ଓ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରସ୍ତୁତ ଖସଡ଼ା କାର୍ଯ୍ୟସୂଚୀ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି।
ଗସ୍ତ ସମୟରେ ସୁରକ୍ଷା, ଯାତାୟାତ, ଆବାସ, ସ୍ୱାସ୍ଥ୍ୟସେବା ଓ କାର୍ଯ୍ୟକ୍ରମ ସ୍ଥଳର ବ୍ୟବସ୍ଥାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସମସ୍ତ ପ୍ରସ୍ତୁତି ସମ୍ପୂର୍ଣ୍ଣ କରି ତାହାର ରିପୋର୍ଟ ରାଜ୍ୟ ସରକାରଙ୍କ ନିକଟରେ ଦାଖଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
ରାଜ୍ୟ ପ୍ରଶାସନ, ପୁଲିସ, ସ୍ଥାନୀୟ ପ୍ରଶାସନ ଓ ସମ୍ପୃକ୍ତ ବିଭାଗଗୁଡ଼ିକ ମଧ୍ୟରେ ସମନ୍ୱୟ ରକ୍ଷା କରି ରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ ଓ ସୁରକ୍ଷିତ କରିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଉଛି। ଖସଡ଼ା କାର୍ଯ୍ୟସୂଚୀ ଅନୁଯାୟୀ ଆବଶ୍ୟକ ପରିବର୍ତ୍ତନ ପରେ ରାଷ୍ଟ୍ରପତିଙ୍କ ଚୂଡ଼ାନ୍ତ କାର୍ଯ୍ୟସୂଚୀ ପ୍ରକାଶ ପାଇବ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।