ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

Jul 30, 2026 - 08:17
ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ନିଷ୍ପତ୍ତି ନେଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି। ବନ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସମ୍ବଲପୁର ଜିଲାର ପ୍ରାୟ ୫୭ଟି ବ୍ଲକରେ ୫ ଲକ୍ଷ ୨୬ ହଜାର ୮୦୦ ଲୋକ ପ୍ରଭାବିତ ହୋଇଥିବାବେଳେ ଢେଙ୍କାନାଳରେ ୪ ଏବଂ କେନ୍ଦୁଝରରେ ୨ ଜଣଙ୍କ ମୃତ୍ୟୁ ହୋଇଛି।

Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।