ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

Jul 13, 2026 - 18:03
ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ। ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ କେହି ହତ୍ୟା କରି ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି।

ଖବର ପାଇ ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଏପରିକି ସାଇଣ୍ଟିଫିକ ଟିମ୍‌ ସହ ଡିସିପି ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।