ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବେ ଧର୍ମେନ୍ଦ୍ର! ଭାଜପାରେ ହେବ…

Jul 28, 2026 - 11:42
ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବା ନେଇ ସୂଚନା ରହିଛି । ବୁଧବାର ଦିଲ୍ଲୀରୁ ବାହାରି ସକାଳ ୧୧ଟାରେ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ନେଇ କାର୍ଯ୍ୟକ୍ରମ ରହିଛି । କିନ୍ତୁ ଏନେଇ ଭାଜପା ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ ।

ପ୍ରକାଶଥାଉକି, ସୋମବାର ଧର୍ମେନ୍ଦ୍ର ପ୍ରଧାନ ସଂସଦରେ ପହଞ୍ଚିବା ପରେ ତାଙ୍କୁ ଭାଜପା ଏବଂ ଏନଡିଏ ପକ୍ଷରୁ ସ୍ବାଗତ କରାଯାଇଥିଲା । ଧର୍ମେନ୍ଦ୍ର ପ୍ରଧାନ ଜିନ୍ଦାବାଦ୍‌ ନାରା ଦେଖିବାକୁ ମିଳିଥିଲା । ସୂଚନା ଅନୁସାରେ, ଓଡ଼ିଶାରେ ଧର୍ମେନ୍ଦ୍ରଙ୍କ ସ୍ବାଗତ ପାଇଁ ଭାଜପା ପ୍ରସ୍ତୁତି ଆରମ୍ଭ କରିଥିବା ଜଣାପଡ଼ିଛି ।

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।