କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC
ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି।
ମହିଳାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ IICଙ୍କ ନାମରେ ମାମଲା ରୁଜୁ ହୋଇଥିଲା। ଡିଜିପିଙ୍କ ନିର୍ଦ୍ଦେଶରେ କ୍ରାଇମବ୍ରାଞ୍ଚ CAW ମାମଲାର ତଦନ୍ତ କରୁଛି। ଅନ୍ୟପକ୍ଷେ ହାଇକୋର୍ଟ IICଙ୍କ ଗିରଫଦାରୀ ଉପରେ ରୋକ ଲଗାଇଛନ୍ତି। ସୁଜିତଙ୍କୁ ତଦନ୍ତରେ ସହଯୋଗ କରିବା ପାଇଁ ରହିଛି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।