ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା
ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ ରଥ ଯାତ୍ରା ଆରମ୍ଭ ହୋଇଥିଲା। ରଥରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ ଭଗବାନ ବଳଭଦ୍ର ବିରାଜମାନ ଥିଲେ। ଭକ୍ତମାନେ ଜୟ ଜଗନ୍ନାଥ ଓ ହରିବୋଲ ଧ୍ୱନିରେ ରଥକୁ ଟାଣିଥିଲେ। ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରି ଆଧ୍ୟାତ୍ମିକ ଶାନ୍ତି ଲାଭ କରିଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।