ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….
ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଅଭିଯାନ ‘ଅପରେଶନ ଅନ୍ୱେଷଣ–୩’ କରାଯାଇଥିଲା। ରାଜ୍ୟ ପେଲିସ ମହାନିର୍ଦ୍ଦେଶକ ୱାଇ. ବି. ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ପେଲିସ ଜିଲା ପକ୍ଷରୁ ଏହି ଅଭିଯାନ ପରିଚାଳନା କରାଯାଇଥିଲା। ଏହି ‘ଅପରେଶନ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ନିଖୋଜ ଶିଶୁ ଓ ମହିଳାମାନଙ୍କୁ ଉଦ୍ଧାର କରି ସେମାନଙ୍କୁ ସୁରକ୍ଷିତ ଭାବେ ପରିବାର ସଦସ୍ୟଙ୍କ ନିକଟରେ ହସ୍ତାନ୍ତର କରିବା।
ଜିଲା ପେଲିସ ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ, ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ହରିଶ ବି. ସି.ଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ଥାନାର ପେଲିସ ଅଧିକାରୀମାନେ ମୋଟ ୧୨୨ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କରିଛନ୍ତି। ଉଦ୍ଧାର ହୋଇଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ୧୬ ଜଣ ନାବାଳକ ଓ ନାବାଳିକା, ୯୩ ଜଣ ମହିଳା ଏବଂ ୧୩ ଜଣ ପୁରୁଷ ରହିଛନ୍ତି। ଉଦ୍ଧାର ପରେ ସମସ୍ତଙ୍କୁ ସେମାନଙ୍କ ପରିବାର ସଦସ୍ୟଙ୍କ ନିକଟରେ ସୁରକ୍ଷିତ ଭାବେ ହସ୍ତାନ୍ତର କରାଯାଇଛି।
ପେଲିସ ସୂଚନା ଅନୁସାରେ, ନିଖୋଜ ବ୍ୟକ୍ତିମାନଙ୍କ ସନ୍ଧାନ ପାଇଁ ଗଞ୍ଜାମ ପେଲିସ ରାଜ୍ୟ ବାହାରକୁ ମଧ୍ୟ ଯାଇଥିଲା। ଆନ୍ଧ୍ର ପ୍ରଦେଶ, କେରଳ ଓ ତାମିଲନାଡୁ ସମେତ ବିଭିନ୍ନ ରାଜ୍ୟରୁ ନିଖୋଜ ବ୍ୟକ୍ତିମାନଙ୍କୁ ଠାବ କରି ଉଦ୍ଧାର କରାଯାଇଥିବା ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ହରିଶ ବି. ସି. ସୂଚନା ଦେଇଛନ୍ତି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।