ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର
ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି ବନମହୋତ୍ସବରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀ,ସମ୍ମାନୀତ ଅତିଥି ଭାବେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର,ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ,ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ,ଉତ୍ତର ବନଖଣ୍ଡ ଅଧିକାରୀ ପ୍ରଭାକର ବର୍ମା,ଦକ୍ଷିଣ ବନଖଣ୍ଡ ଅଧିକାରୀ ଆର କଳାଇ ବନନ,ଭାଜପା ଜିଲା ସଭାପତି ଯୁଗଳ କିଶୋର ପୋଢ଼,ଜିଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢ଼ୀ,ଏସିଏଫ ଲିଲି ଅମାନତ୍ୟା, ଜିଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଭବାନୀପାଟଣା ବିଡ଼ିଓ ଚନ୍ଦନ ଭୋଇ,ସ୍ଥାନୀୟ ପ୍ରଧାନ ଶିକ୍ଷକ ଗୋରେଖ ସାହୁ ପ୍ରମୁଖ ଯୋଗଦେଇଥିଲେ। ଅତିଥିମାନେ ସ୍କୁଲ ପରିସରରେ ବୃକ୍ଷରୋପଣ କରିବା ସହ ପରିବେଶ ସୁରକ୍ଷା ପାଇଁ ଗଛର ମହତ୍ତ୍ୱ ଉଦ୍ଦେଶ୍ୟ ଉପରେ କହିଥିଲେ। ଏହି ଅବସରରେ ଜଙ୍ଗଲ ଓ ଜୀବଜନ୍ତୁ ସୁରକ୍ଷା ଦୀଗରେ ଉଲ୍ଲେଖନୀୟ ଅବଦାନ ପାଇଁ ଜିଲାର ନର୍ଲା ରେଞ୍ଜର ପୁଜିଲଡୁ ଓ ଜୁନାଗଡ଼ ରେଞ୍ଜର ସୁରୁଗୁଡା ଆଦି ୨ବନ ସଂରକ୍ଷଣ ସମିତିକୁ ମୁଖ୍ୟମନ୍ତ୍ରୀ ପୁରସ୍କାର ରାଶି ୫୦ ହଜାର ଟଙ୍କାର ଚେକ୍ ଅତିଥିଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ବନବିଭାଗ,ସ୍କୁଲ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ/ଶିକ୍ଷକ ସମସ୍ତଙ୍କ ସହଯୋଗ ରହିଥିଲା। ନପାଳ ଭବାନୀ ଶଙ୍କର ପରିଛା ଧନ୍ୟବାଦ ଦେଇଥିଲେ।
Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।