ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

Jul 10, 2026 - 17:38
ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ ପଛପଟୁ ଧକ୍କା ଦେବାରୁ ୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ଘରୋଇ ବସ୍‌ଟି ଜାତୀୟ ରାଜପଥରେ ଯାଉଥିବା ବେଳେ ଆଗରେ ଯାଉଥିବା ଏକ ଟ୍ରେଲର୍‌କୁ ପଛପଟୁ ଜୋରଦାର ଧକ୍କା ଦେଇଥିଲା। ଏଥିରେ ବସ୍‌ର ସମ୍ମୁଖ ଅଂଶ ଭାଙ୍ଗିଯାଇଥିବା ବେଳେ ବସ୍‌ରେ ବସିଥିବା ଯାତ୍ରୀମାନଙ୍କ ମଧ୍ୟରୁ ୫ରୁ ଅଧିକ ଜଣ ଆହତ ହୋଇଥିଲେ।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଓ  ପୋଲିସ ଆହତମାନଙ୍କୁ ଉଦ୍ଧାର କରି କଟକସ୍ଥ ଏସ୍‌ସିବି ମେଡିକାଲ୍ କଲେଜ ଓ ହସ୍ପିଟାଲ୍‌କୁ ଚିକିତ୍ସା ପାଇଁ ପଠାଇଥିଲେ। ସେଠାରେ ସମସ୍ତ ଆହତଙ୍କ ଚିକିତ୍ସା ଚାଲିଥିବା ଜଣାପଡ଼ିଛି।

ଘଟଣା ପରେ କିଛି ସମୟ ପାଇଁ ଜାତୀୟ ରାଜପଥ–୧୬ରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।  ପୋଲିସ ଘଟଣାସ୍ଥଳରେ ପହଞ୍ଚି କ୍ଷତିଗ୍ରସ୍ତ ଗାଡ଼ିଗୁଡ଼ିକୁ ହଟାଇ ଯାତାୟାତ ସ୍ୱାଭାବିକ କରିଥିଲା। ଦୁର୍ଘଟଣାର କାରଣ ଜାଣିବା ପାଇଁ ଟାଙ୍ଗୀ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି।

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।