ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…
ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନଙ୍କୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଦେବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଓମ୍ସା ଏବଂ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଓମ୍ସାର ଦାବି ନେଇ ଉଚ୍ଚସ୍ତରୀୟ ବୈଠକ ପରେ ଏକ କମିଟି ଗଠନ ପାଇଁ ନିଷ୍ପତ୍ତି ନିଆଯାଇଛି। କମିଟିରେ ସ୍ବାସ୍ଥ୍ୟ, ଜିଏ, ଅର୍ଥ, ଆଇନ ସଚିବ ସ୍ଥାନିତ ହୋଇଛନ୍ତି। ଆସନ୍ତା ୨୨ ତାରିଖରେ କମିଟିର ପ୍ରଥମ ବୈଠକ ବସିବ।
Dharitri – Odisha’s No.1 Odia Daily
The post ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ… appeared first on Dharitri Odia News.