ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…
ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ ରଖାଯାଇଛି। ଏଥିରେ ଲୋକକଲ୍ୟାଣ ମାର୍ଗ, ରାଜୀବ ଚୌକ, ପଟେଲ ଚୌକ, ରାମକୃଷ୍ଣ ଆଶ୍ରମ ମାର୍ଗ, ବାରଖମ୍ଭ ରୋଡ୍, ସୁପ୍ରିମକୋର୍ଟ, ସେବା ତୀର୍ଥ, ଜନପଥ, ମଣ୍ଡି ହାଉସ, କେନ୍ଦ୍ରୀୟ ସଚିବାଳୟ, ଆଇଟିଓ, ଦିଲ୍ଲୀ ଗେଟ୍, ଇନ୍ଦ୍ରପ୍ରସ୍ଥ, ଖାନ ମାର୍କେଟ, ଜୋର ବାଗ ଏବଂ ଶିବାଜୀ ଷ୍ଟାଡିୟମ ଅନ୍ତର୍ଭୁକ୍ତ।
DMRC ଉଲ୍ଲେଖ କରିଛି ଯେ, ରାଜୀବ ଚୌକ, ମଣ୍ଡି ହାଉସ ଏବଂ କେନ୍ଦ୍ରୀୟ ସଚିବାଳୟରେ ଇଣ୍ଟରଚେଞ୍ଜ ସୁବିଧା ଉପଲବ୍ଧ ରହିବ।

Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।