ନବନିର୍ମିତ ବିଦ୍ୟାଳୟ ଗୃହ ଶୁଭ ଉଦଘାଟନ: ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ

Jul 16, 2026 - 15:37
ନବନିର୍ମିତ ବିଦ୍ୟାଳୟ ଗୃହ ଶୁଭ ଉଦଘାଟନ: ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପୋଷ୍ଟ ଅଫିସ ପାଶ୍ୱର୍ର୍ରେ ନୂତନ ଭାବେ ନିର୍ମାଣ କରାଯାଇଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଗୃହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏମପି ମାଲବିକା ଦେଓଙ୍କ କର କମଲେ ଗୁରୁବାର ଉଦଘାଟିତ ହୋଇ ଯାଇଛି। ଏଥିରେ ସମ୍ମାନିତ ଅତିଥି ଭାବେ ଜିଲାପାଳ ସଚିନ ପାୱାର ପ୍ରକାଶ, ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ,କେସିଙ୍ଗା ତହସିଲଦାର ପ୍ରଶାନ୍ତି ପ୍ରଧାନ,ବିଡିଓ ଜନ୍ମେଜୟ ସ୍ବାଇଁ,ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ ପ୍ରମୁଖ ଏହି ଉଦଘାଟନୀ ଉତ୍ସବରେ ବର୍ଷା ହେବା ସତ୍ତ୍ୱେ ମଧ୍ୟ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରା ପରିଚାଳନା କରିଥିଲେ। ଏହି ନବନିର୍ମିତ ବିଲ୍ଡିଂରେ ଛାତ୍ରୀଛାତ୍ରମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯିବ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରକାଶ କରିଥିଲେ।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।