ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା
ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି।
ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ ବିରୋଧ କରିଥିଲେ। ଏପରିକି ଶ୍ରଦ୍ଧାଳୁମାନେ ଇସ୍କନ ଭ୍ରାମ୍ୟମାଣ ଯାନକୁ ଫେରାଇ ନେଇଥିଲେ। ଅନ୍ୟପକ୍ଷେ ଇସ୍କନ ହଟାଓ ଅଭିଯାନକୁ ବିଭିନ୍ନ ସଂଗଠନ ପକ୍ଷରୁ ସମର୍ଥନ କରାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।