ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ

Jul 18, 2026 - 07:44
ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ

ଭୁବନେଶ୍ୱର,୧୮।୭(ସୁନିତ୍‌ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଶ୍ରମିକ ସାମ୍ମୁଖ୍ୟର ସଭାପତି ଥିବା ପ୍ରଫୁଲ୍ଲ ସାମଲ ଅସୁସ୍ଥ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ଏକ ପ୍ରତିନିଧି ଦଳ ହସ୍ପିଟାଲ ଯାଇ ପ୍ରଫୁଲ୍ଲଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଡାକ୍ତରଙ୍କ ସହିତ କଥା ହୋଇଛନ୍ତି। ସାମଲଙ୍କ ଅବସ୍ଥା ଗୁରୁତର ଥିବାରୁ ସେ ବର୍ତ୍ତମାନ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି। ସୂତ୍ରରୁ ମିଳିଥିବା ଖବର ମୁତାବକ, ପ୍ରଫୁଲ୍ଲ ବ୍ରେନ୍‌ ଷ୍ଟ୍ରୋକ୍‌ର ଶିକାର ହୋଇଛନ୍ତି।

Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।