ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

Jul 25, 2026 - 20:38
ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ପରୀକ୍ଷା ପେପର ଲିକ୍କୁ ନେଇ ଚାଲିଥିବା ବିରୋଧ ପ୍ରଦର୍ଶନ ମଧ୍ୟରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାପତ୍ର ଗ୍ରହଣ କରିବା ପରେ ରାଷ୍ଟ୍ରପତି ଭବନ ପକ୍ଷରୁ ଆଜି ସଂଧ୍ୟାରେ ଏକ ସରକାରୀ ବିଜ୍ଞପ୍ତି ଜାରି କରାଯାଇ ପ୍ରହଲାଦ ଯୋଶୀଙ୍କ ନିଯୁକ୍ତି ସମ୍ପର୍କରେ ନିଶ୍ଚିତ କରାଯାଇଛି। ପ୍ରହଲାଦ ଯୋଶୀ ବର୍ତ୍ତମାନ କେନ୍ଦ୍ରୀୟ ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।