ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

Aug 04, 2026 - 11:45
ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ ହୋଇଛି । ଏଠାକୁ ଆସିଥିବା ଜଣେ ଆହତ ବାଳକଙ୍କୁ ସେଭଳି ମେଡିସିନ୍‌ ଦିଆଯିବା ଏବଂ ତାହା ଖାଇବା ପରେ ରୋଗୀଙ୍କ ମୁଣ୍ଡ ବୁଲାଇବା ଜଣାପଡିବା ପରେ ଜନ ଅସନ୍ତୋଷ ବଢ଼ି ଚାଲିଛି । ମେଡିସିନର ଏକ୍ସପାୟାରୀ ତାରିଖ ଗତ ମେ ମାସରେ ସରିଯାଇ ଥିବାବେଳେ ସେହି ମେଡିସିନ୍‌ ରୋଗୀଙ୍କୁ ଦିଆଯାଇଥିଲା ବୋଲି ରୋଗୀଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଘଟଣାର ତଦନ୍ତ କରି ବିହିତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି।

Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।