ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି
Jul 06, 2026 - 10:47
ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଏବଂ ଜିଲାକୁ ରେଡ୍ ଜୋନ୍ରେ ରଖାଯାଇଛି। ଏହି କ୍ରମରେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କ ନିର୍ଦ୍ଦେଶ ଅନୁଯାୟୀ, ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୋମବାର ବରଗଡ଼ ଜିଲାର ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ଜିଲା ଶିକ୍ଷା ଅଧିକାରୀ ସରୋଜ କୁମାର ଭୁଏ ସୂଚନା ଦେଇଛନ୍ତି।