ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

Jul 12, 2026 - 22:06
ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ ଓ ଦଳର ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ । ତେବେ ବରଗଡ଼ ଏମପି ପ୍ରଦୀପ ପୁରୋହିତ କାର୍ଯ୍ୟକ୍ରମରେ ଉପସ୍ଥିତ ନ ଥିଲେ । ଏଥିସହ କାର୍ଯ୍ୟକ୍ରମରେ ଲାଗିଥିବା ବ୍ୟାନରରେ ମଧ୍ୟ ତାଙ୍କ ଫଟୋ ସ୍ଥାନ ପାଇନଥିବା ଦେଖିବାକୁ ମିଳିଥିଲା।

ଅନ୍ୟପଟେ ବ୍ୟାନରରେ ଜିଲା ସଭାପତିଙ୍କ ଠାରୁ ଆରମ୍ଭ କରି ଜିଲାର ଚାରି ଦଳୀୟ ବିଧାୟକ, ଉପ ମୁଖ୍ୟମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଓ ପ୍ରଧାନମନ୍ତ୍ରୀଙ୍କ ଫଟୋ ରହିଥିଲା । ଏହି ଘଟଣାକୁ ନେଇ ସ୍ଥାନୀୟ ରାଜନୈତିକ ମହଲରେ ବିଭିନ୍ନ ଆଲୋଚନା ହେଉଛି । ଗତ କିଛି ମାସ ଧରି ବରଗଡ଼ର ଭାଜପା ନେତୃତ୍ୱକୁ ନେଇ ବିଭିନ୍ନ ଚର୍ଚ୍ଚା ଚାଲିଥିଲେ ମଧ୍ୟ, ଏହି କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତି କିମ୍ବା ବ୍ୟାନରରେ ତାଙ୍କ ଫଟୋ ନ ଥିବା ଚର୍ଚ୍ଚାକୁ ଦ୍ବିଗୁଣିତ କରିଛି । କିନ୍ତୁ ଏନେଇ ଦଳ ପକ୍ଷରୁ କୌଣସି ସରକାରୀ ସ୍ପଷ୍ଟୀକରଣ ମିଳିନାହିଁ ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।