ବର୍ଜପାତରେ ଚାଲିଗଲା ୨ ଜୀବନ
ବୌଦ୍ଧ,୨୬।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏପରିକି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ବୌଦ୍ଧ ଜିଲାରେ ଝଡ଼ବର୍ଷା ହେବା ନେଇ ଆକଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଅପରାହ୍ନରେ ବୌଦ୍ଧ ଜିଲା ମନମୁଣ୍ଡା ଝାଙ୍କରପଡ଼ା ଅଞ୍ଚଳରେ ହଠାତ କଳାହାଣ୍ଡିଆ ମେଘ ଘୋଟି ଆସି ଝଡ଼ବର୍ଷା ହୋଇଥିଲା। ସେତିକିବେଳେ ୨ଜଣ ଯୁବକ ଏକ ଗଛ ତଳେ ଆଶ୍ରୟ ନେଇଥିବା ବେଳେ ବଜ୍ରପାତ ଘଟି ସେମାନଙ୍କ ମୃତ୍ୟୁ ଘଟିଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଏନେଇ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।
ସୂଚନା ଯୋଗ୍ୟ, ଝଡ଼ବର୍ଷା ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡା ଏବଂ ଗଜପତି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।