ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

Aug 06, 2026 - 00:11
ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ କେହି ଦୁର୍ବୃତ୍ତ ଛୁରି ଭୁସି ହତ୍ୟା କରିଥିବା ଜଣାପଡିଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ସମ୍ପର୍କୀୟ ତାଙ୍କୁ ଉଦ୍ଧାର କରି ଏମ.ରାମପୁର ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଭାଜପା ନେତା ରଣା ନିଜ ଘରକୁ ଫେରିଵା ଭିତରେ କେହି ଦୁର୍ବୃତ୍ତ ତାଙ୍କୁ ପଞ୍ଚାୟତ ଅଫିସ ନିକଟରେ ଛୁରିରେ ଆକ୍ରମଣ କରିଥିଲେ। ଏ ନେଇ ଖବର ପାଇ ଏମ. ରାମପୁର ପୋଲିସ ତଦନ୍ତ ଆରମ୍ଭ କରିଛି। ତେବେ ହତ୍ୟାକାଣ୍ଡ ପଛରେ ରାଜନୈତିକ ଷଡଯନ୍ତ୍ର ନା ଆଉ କିଛି ସେ ନେଇ ତଦନ୍ତ ଜାରି ରହିଛି


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।