ମୋବାଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

Jul 12, 2026 - 15:58
ମୋବାଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର ମିଶ୍ର। ଗତ ଜୁନ୍‌ ୨୧ ତାରିଖ ଦିନ ସ୍ବପ୍ନେଶ୍ବର ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଅଭିଯୋଗ ଅନୁଯାୟୀ ସ୍ବପ୍ନେଶ୍ବରଙ୍କ ସ୍ତ୍ରୀ ଏକ ମୋବାଇଲରେ ସ୍ବପ୍ନେଶ୍ବରଙ୍କ ମୁଣ୍ଡରେ ଆକ୍ରମଣ କରିଥିଲେ। ଫଳରେ ସ୍ବପ୍ନେଶ୍ବର ଗୁରୁତର ଆହତ ହୋଇ ପ୍ରଥମେ ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଘରୋଇ ସ୍ବରାଜ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଆଜି ସ୍ବପ୍ନେଶ୍ବରଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ପାଇଁ ସ୍ବପ୍ନେଶ୍ବରଙ୍କ ବାପା ବୋହୂକୁ ଦାୟୀ କରି ତାଙ୍କ ବିରୋଧରେ ବଲାଙ୍ଗୀର ଲକ୍ଷ୍ମୀଯୋର ଥାନାରେ ଅଭିଯୋଗ କରି ଘଟଣାର ତଦନ୍ତ ଦାବି କରିଛନ୍ତି। ଘଟଣାଟି ସହରରେ ଚର୍ଚ୍ଚାର ବିଷୟ ହୋଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।