ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

Jul 16, 2026 - 23:04
ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ ତୃତୀୟ ଗଳିର ମୋହନ ବେହେରାଙ୍କ ପୁଅ ବିନୋଦ ବେହେରା (୧୫)।

ରଥଯାତ୍ରା ଅବସରରେ ପଡିଥିବା ମୀନା ବଜାରକୁ ଯାଇ ବିନୋଦ ଦୋଳିରେ ବସିଥିଲେ। ହଠାତ୍‌ ସେ ବିଦ୍ୟୁତ୍‌ ଆଘାତର ଶିକାର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପାରଳାଖେମୁଣ୍ଡି ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଘଟଣା ପରେ ମୀନା ବଜାର ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।