ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ
ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍ସନ୍ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକରେ ଖାଲି ପଡ଼ିଥିବା ପଦବୀ ପୂରଣ ଭଳି ଦାବିକୁ ଆଡ଼େଇ ଦେଇ କମିଟି କରି ସ୍କୁଲ ଓ କଲେଜ କର୍ମଚାରୀମାନଙ୍କୁ ଫାଙ୍କୁଥିବା ବିରୋଧରେ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ କର୍ମଚାରୀ ଆନ୍ଦୋଳନ ନିମନ୍ତେ ଅଣ୍ଟା ଭିଡ଼ିଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର ଗୁଣପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବା ସହ ଫାଇନାନ୍ସ ଅଫିସର କେଦାର ଚନ୍ଦ୍ର ନାୟକଙ୍କ ଜରିଆରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ।
ଗାଦିଆଖଳା, ଘନାନ୍ତ୍ରୀ, ଚିନାସାରି, ରେଗେଡ଼ା ଉଚ୍ଚ ବିଦ୍ୟାଳୟର ଶିକ୍ଷକ କର୍ମଚାରୀମାନେ ଏହି ବିକ୍ଷୋଭରେ ସାମିଲ ହୋଇ ଆସନ୍ତା ୭ ତାରିଖରେ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିବେ ଏବଂ ଆସନ୍ତା ୧୬ ତାରିଖରେ ରାଜ୍ୟର ସମସ୍ତ ଅନୁଦାନପ୍ରାପ୍ତ ଶିକ୍ଷକ କର୍ମଚାରୀ ଦାବି ପୂରଣ ପର୍ଯ୍ୟନ୍ତ ଅହୋରାତ୍ର ଧାରଣା ଦେବେ ବୋଲି ପ୍ରକାଶ କରିଛନ୍ତି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।