ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…
ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ ପ୍ରଭାବିତ ଅଞ୍ଚଳ ଗସ୍ତ କରିଛନ୍ତି। ତାଙ୍କ ସହ ବରିଷ୍ଠ BJP ନେତା ମହେଶ୍ୱର ସାହୁ, ପୂର୍ବତନ ନଗରପାଳ ରାମଚନ୍ଦ୍ର ସାହୁ ଏବଂ ଆନନ୍ଦପୁର ବିଧାୟକ ପ୍ରାର୍ଥୀ ଆଲୋକ କୁମାର ସେଠୀଙ୍କ ସମେତ ବହୁ ନେତୃବୃନ୍ଦ ଉପସ୍ଥିତ ଥିଲେ।
ଗସ୍ତ ସମୟରେ ସେମାନେ ବନ୍ୟା ପ୍ରଭାବିତ ପରିବାରଙ୍କ ସହ ଆଲୋଚନା କରି କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏଥିସହ ଜଳ ନିଷ୍କାସନ ବ୍ୟବସ୍ଥାର ସୁଧାର, କ୍ଷତିଗ୍ରସ୍ତ ରାସ୍ତାର ତୁରନ୍ତ ମରାମତି, ବିଦ୍ୟୁତ ଓ ପାନୀୟ ଜଳ ସେବାକୁ ସ୍ୱାଭାବିକ କରିବା ସହ ପୀଡ଼ିତଙ୍କୁ ଶୀଘ୍ର ରିଲିଫ୍ ସହାୟତା ଯୋଗାଇବା ପାଇଁ ପ୍ରଶାସନକୁ ଦାବି କରିଥିଲେ।
ପରେ ପୀଡ଼ିତ ପରିବାରଙ୍କୁ ରିଲିଫ୍ ସାମଗ୍ରୀ ବଣ୍ଟନ କରି ସବୁପ୍ରକାର ସହଯୋଗ ଯୋଗାଇବାକୁ ସାଂସଦ ଶ୍ରୀ ନାୟକ ଆଶ୍ୱାସନ ଦେଇଥିଲେ। ସ୍ଥାନୀୟ ଲୋକଙ୍କ ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ପ୍ରଶାସନ ସହ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାକୁ କହିଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।