ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

Jul 31, 2026 - 21:07
ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ ଛୁଟି ରହିବ।ଜିଲାରେ ଉପୁଜିଥିବା ବନ୍ୟା ପରିସ୍ଥିତିକୁ ଆଖି ଆଗରେ ରଖି ଜିଲାପାଳ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି।

ସୂଚନା ଅନୁଯାୟୀ, ଜିଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ସହିତ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ। ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ନିଷ୍ପତ୍ତି ନିଆଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।