ଶ୍ରୀକ୍ଷେତ୍ରରେ ବଡ଼ ଅଘଟଣ, ଅଣନିଶ୍ବାସୀ ହୋଇ ଚାଲିଗଲା ଭକ୍ତଙ୍କ ପ୍ରାଣ!

Jul 16, 2026 - 16:56
ଶ୍ରୀକ୍ଷେତ୍ରରେ ବଡ଼ ଅଘଟଣ, ଅଣନିଶ୍ବାସୀ ହୋଇ ଚାଲିଗଲା ଭକ୍ତଙ୍କ ପ୍ରାଣ!

ପୁରୀ,୧୬।୭: ଶ୍ରୀକ୍ଷେତ୍ର ପୁରୀରେ ବଡ଼ ଅଘଟଣ ଘଟିଯାଇଛି । ଅଣନିଃଶ୍ବାସୀ ହୋଇ ଜଣେ ଭକ୍ତଙ୍କର ମୃତ୍ୟୁ ଘଟିଛି । ପୁରୀ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି ।

ସୂଚନା ଅନୁସାରେ, ପବିତ୍ର ରଥଯାତ୍ରା ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଏହାରି ଭିତରେ ପୁରୀ ମରିଚକୋଟ ଛକ ନିକଟରେ ଜଣେ ଭକ୍ତ ଅଣନିଶ୍ବାସୀ ହୋଇ ଜଣେ ତଳେ ପଡିଯାଇଥିଲେ । ଉଦ୍ଧାରକାରୀ ଟିମ୍ ପକ୍ଷରୁ ତାଙ୍କୁ ପୁରୀ ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ । ମୃତକ ଜଣକ କଟକର ବୋଲି ଜଣାପଡିଛି ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।