ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

Jul 29, 2026 - 16:11
ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା। ସ୍ଥାନୀୟ ପୁରୁଣା କୋର୍ଟ ପରିସରରେ ଥିବା ଓକିଲ ସଂଘ କାର୍ଯ୍ୟାଳୟ କୋଠାରେ ପ୍ରତିଷ୍ଠା ହୋଇଥିବା ଏହି କୋର୍ଟକୁ ଓଡ଼ିଶା ହାଇକୋର୍ଟର ତତ୍କାଳୀନ ମୂଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହାର ଶୁଭ ଉଦ୍‌ଘାଟନ କରିଥିଲେ।

ଏହି କୋର୍ଟ ପ୍ରତିଷ୍ଠାର ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ଉପସ୍ଥିତ ଦିଗପହଣ୍ଡି ବରିଷ୍ଠ ଦେଓ୍ବାନୀ ବିଚାରପତି ମହେଶ୍ୱତା  ପରିଜା, ଦିଗପହଣ୍ଡି ଜେଏମ୍‌ଏଫ୍‌ସି କୋର୍ଟର ମାଜିଷ୍ଟ୍ରେଟ୍‌ ନୀଳିମା ଷଡ଼ଙ୍ଗୀ, ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟର ନ୍ୟାୟାଧିକାରୀ ସାରୋନ ବସ୍ତିଆଙ୍କୁ ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଖେମୁଣ୍ଡି ଓକିଲ ସଂଘ ସଭାପତି ହୃଦୟ ରଞ୍ଜନ ମେକାପ, ସରକାରୀ ଓକିଲ ହେମନ୍ତ କୁମାର ପାଣିଗ୍ରାହୀ, ପରେଶ ଚନ୍ଦ୍ର ରଥ, ସୁରେଶ ଚନ୍ଦ୍ର ସାହୁ, ବିଜୟ କୁମାର ପ୍ରଧାନଙ୍କ ସମେତ ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ସମସ୍ତ କର୍ମକର୍ତ୍ତା, ଆଇନଜୀବୀ ବୃନ୍ଦ ଏବଂ କୋର୍ଟ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।