ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….
କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି । ମୃତକ ହେଉଛନ୍ତି ପବିତ୍ର ସ୍ୱାଇଁ ।
ସୂଚନା ଅନୁସାରେ, ମୃତ ଶିକ୍ଷକ ଲମତାପୁଟ ବ୍ଲକର କୁମାରଗନ୍ଧଣା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ। ବୁଧବାର ଅପରାହ୍ନ ପ୍ରାୟ ୫ଟା ବେଳେ ବିଦ୍ୟାଳୟ ଛୁଟି ପରେ ସେ ବାଇକ୍ରେ କୋରାପୁଟ ସହରସ୍ଥିତ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ଶୁକୁ ବ୍ରିଜ ନିକଟରେ ଏକ ମାଲବାହୀ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।
ଖବର ପାଇ କୋରାପୁଟ ଜିଆରପି ଥାନା ଅଧିକାରୀ କିରଣ କୁମାରଙ୍କ ନେତୃତ୍ୱରେ ଏକ ପୋଲିସ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯିବା ସହ ଘଟଣାର ଅଧିକ ତଦନ୍ତ ଚାଲିଥିବା ଜିଆରପି ପକ୍ଷରୁ ସୂଚନା ମିଳିଛି । ତେବେ କେଉଁ ପରିସ୍ଥିତିରେ ଦୁର୍ଘଟଣା ହେଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।