ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ
ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଏହି ପ୍ରତିଷ୍ଠାନର ନୂତନ ନାମ ‘ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ, ଫୁଲବାଣୀ’ ରଖାଯାଇଛି। ସ୍ବାସ୍ଥ୍ୟ ବିଭାଗର କମିଶନର-କମ୍-ସଚିବଙ୍କ ସ୍ବାକ୍ଷରିତ ଏହି ବିଜ୍ଞପ୍ତି ଜୁଲାଇ ୨୮ରୁ କାର୍ଯ୍ୟକାରୀ ହୋଇଛି।
ବିଜ୍ଞପ୍ତିର ନକଲ ଓଡ଼ିଶା ଗେଜେଟରେ ପ୍ରକାଶ ସହ ଜାତୀୟ ମେଡିକାଲ କମିଶନ (ଏନ୍ଏମ୍ସି), ଡିଏମ୍ଇଟି, ସମସ୍ତ ସରକାରୀ ମେଡିକାଲ କଲେଜ, ସମ୍ପୃକ୍ତ ବିଭାଗ ଓ ଜିଲା ପ୍ରଶାସନଙ୍କୁ ଅବଗତି ପାଇଁ ପଠାଯାଇଛି। ସୂଚନାଯୋଗ୍ୟ, କନ୍ଧମାଳରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ସେବା ଓ ଆଦିବାସୀ ସମାଜ ପ୍ରତି ତାଙ୍କର ଅବଦାନକୁ ସମ୍ମାନ ଜଣାଇବା ସହ ତାଙ୍କ ଅମ୍ଳାନ ସ୍ମୃତିକୁ ଉଜ୍ଜୀବିତ କରି ରଖିବା ଲାଗି ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ନେଇଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।