Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

Jul 16, 2026 - 18:34
Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର। ଭକ୍ତି, ହର୍ଷଉଲ୍ଲାସର ପରିବେଶ ମଧ୍ୟରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା।

ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ଗଡ଼ିଛି ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା ଏବଂ ହରିବୋଲରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇ ଉଠିଛି। ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣି ନେଉଛନ୍ତି।

ବଡ଼ ଠାକୁରଙ୍କ ତାଳଧ୍ବଜ ଗଡ଼ିବା ପୂର୍ବରୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା ନୀତି କରିଥିଲେ। ପରମ୍ପରା ଅନୁଯାୟୀ ଗଜପତି ମହାରାଜା ତିନି ରଥରେ ବିରାଜମାନ ଚତୁର୍ଦ୍ଧାମୂର୍ତ୍ତିଙ୍କ ସମ୍ମୁଖରେ ସୁବର୍ଣ୍ଣ ଖଡ଼ିକାରେ ରଥକୁ ପରିଷ୍କାର କରି ଏହି ପବିତ୍ର ନୀତି ସମ୍ପାଦନ କରିଥିଲେ। ମହାପ୍ରଭୁଙ୍କ ସମ୍ମୁଖରେ ରାଜା ମଧ୍ୟ ସେବକ। ଏହି ଅନନ୍ୟ ପରମ୍ପରା ସମତା, ବିନମ୍ରତା ଓ ସେବାଭାବର ବାର୍ତ୍ତା ଦେଇଥାଏ। ଭକ୍ତି ଓ ଉଲ୍ଲାସରେ ପରିପୂର୍ଣ୍ଣ ଏହି ଦିବ୍ୟ ମୁହୂର୍ତ୍ତ।

ପବିତ୍ର ରଥଯାତ୍ରା ଅବସରରେ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଶ୍ରୀଜିଉଙ୍କ ଦର୍ଶନ କରିଥିଲେ। ପାରମ୍ପରିକ ରୀତିନୀତି ଅନୁଯାୟୀ ସେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପ୍ରଣାମ ଜଣାଇ ଦେଶ ଓ ବିଶ୍ୱର ଶାନ୍ତି, ସମୃଦ୍ଧି ଏବଂ ମଙ୍ଗଳ କାମନା କରିଥିଲେ।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।