ଝାଡ଼ା-ବାନ୍ତିରେ ୩୦ ଜଣ ଛାତ୍ରୀ ଅସୁସ୍ଥ
ରାଇରଙ୍ଗପୁର:ମୟୂରଭଞ୍ଜ ଜିଲ୍ଲାର ଗୋରୁମହିଷାଣୀ ଥାନା ଅନ୍ତର୍ଗତ ବିଜାତଳା ବ୍ଲକର ସରଗୋଡ଼ା ପୁର୍ନେଶ୍ୱର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କସ୍ତୁରବା ଗାନ୍ଧୀ ବାଳିକା ଛାତ୍ରୀନିବାସରେ ଝାଡ଼ା-ବାନ୍ତିରେ ୩୦ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଘଟଣା ପରେ ସମସ୍ତଙ୍କୁ ରାଇରଙ୍ଗପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ, ହଷ୍ଟେଲରେ ରହୁଥିବା ଛାତ୍ରୀମାନଙ୍କ ମଧ୍ୟରୁ ଏକାସାଙ୍ଗରେ ୩୦ ଜଣଙ୍କଠାରେ ଝାଡ଼ା ଓ ବାନ୍ତିର ଲକ୍ଷଣ ଦେଖାଦେଇଥିଲା।
ଘଟଣା ଜାଣିବା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ସମସ୍ତ ଅସୁସ୍ଥ ଛାତ୍ରୀଙ୍କୁ ରାଇରଙ୍ଗପୁର ଉପଖଣ୍ଡ ଡାକ୍ତରଖାନାକୁ ପଠାଇ ଚିକିତ୍ସା ବ୍ୟବସ୍ଥା କରିଥିଲେ।ଝାଡ଼ା-ବାନ୍ତିର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ, ଦୂଷିତ ଟ୍ୟାପ୍ ପାଣି ପିଇବା ଯୋଗୁଁ ଏହି ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଘଟଣାର କାରଣ ଖୋଜିବା ପାଇଁ ତଦନ୍ତ ଆରମ୍ଭ କରାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।