ଆଇଆଇସି ବିୟୁଟି ମହାନ୍ତି ମୃତ୍ୟୁ ମାମଲା; ଆସିଲା ପୋଷ୍ଟମର୍ଟମ୍ ରିପୋର୍ଟ, ଶ୍ବାସରୁଦ୍ଧ ଯୋଗୁ ମୃତ୍ୟୁ ହୋଇଥିବା ଉଲ୍ଲେଖ
କଟକ,୦୭/୦୬: କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତି ମୃତ୍ୟୁ ମାମଲାରେ ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଏଥିରେ ଆଇଆଇସି ମ୍ୟାଡାମଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ଯୋଗୁ ହୋଇଥିବା ଉଲ୍ଲେଖ ରହିଛି । ଶୁକ୍ରବାର ବିଳମ୍ବିତ ରାତିରେ ଆଇଆଇସି ନିଜ ଥାନା ଭିତରେ ଥିବା ରେଷ୍ଟ ରୁମରେ ଆତ୍ମହତ୍ୟା କରିଥିଲେ । ବିୟୁଟି ମହାନ୍ତି କାହିଁକି ଏଭଳି ଚରମ ନିଷ୍ପତ୍ତି ନେଲେ ଏହାର ସ୍ପଷ୍ଟ ତଥ୍ୟ ସାମ୍ନାକୁ ଆସିନଥିବା ବେଳେ ସ୍ବତନ୍ତ୍ର ଟିମ୍ ଘଟଣାର ତଦନ୍ତ କରୁଛି । ଖବର ଅପଡେଟ୍ ଜାରି...
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।