Welcome!

Unlock your personalized experience.
Sign Up

ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ

Jul 25, 2026 - 20:12
ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ  ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ

​​​​​​​ମେଷ : ଘାତବାର ସକାଳ ୭ଟା ୩୫ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ଯେକୌଣସି କର୍ମ କରିବା ପୂର୍ବରୁ ପରିବାର ସଦସ୍ୟଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ଏହାପରେ ନବମ ଚନ୍ଦ୍ର ଯୋଗୁ ହୃତ ଗୌରବ ଫେରିପାଇବେ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା , ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ ପ୍ରାପ୍ତ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ସକାଳ ୭ଟା ୩୫ ମିନିଟ୍ ପରେ ଅଷ୍ଟମ ଚନ୍ଦ୍ର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ମିଥୁନ : ଷଷ୍ଠ ଓ ସପ୍ତମ ଚନ୍ଦ୍ର, ରବିବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳା ଓ ପରିବାର ସଦସ୍ୟଙ୍କଠାରୁ ସାହାଯ୍ୟ, ସହଯୋଗ ମିଳିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ବସନ ଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ନୂତନ କର୍ମାରମ୍ଭର ସୁଯୋଗ ମିଳିପାରେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଶୁକ୍ଳପକ୍ଷର ପଞ୍ଚମ ଓ ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶରୀର ସୁସ୍ଥ ରହିବ । ଶତ୍ରୁମାନେ ବଶୀଭୂତ ହେବେ ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ ଏବଂ ଋଣମୁକ୍ତ ହେବାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ସକାଳ ୭ଟା ୩୫ ମିନିଟ୍ ପରେ ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମାନ, ସମ୍ମାନ ହାନି ହେବ ଏବଂ ମନ ବିଷାଦଗ୍ରସ୍ତ ରହିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ଉନ୍ନତି ଆସିବ ଏବଂ ଉଚ୍ଚଶିକ୍ଷା କିମ୍ବା ନୂତନ ନିଯୁକ୍ତିର ସୁଯୋଗ ମିଳିବ । ପିତାମାତାଙ୍କ କୃପା ଲାଭ କରିବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ସିଂହ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ସକାଳ ୭ଟା ୩୫ ମିନିଟ୍ ପରେ ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ସକାଳ ୭ଟା ୩୫ ମିନିଟ୍ ପରେ ଘାତଚନ୍ଦ୍ର ଓ ଅପରାହ୍ଣ ୧ଟା ୫୮ ମିନିଟ୍ ପର୍ଯ୍ୟନ୍ତ ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ଆତ୍ମୀୟ ସ୍ୱଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷାକରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଭାଇଭଉଣୀଙ୍କ ସହ ବିବାଦ ଉଗ୍ରରୂପ ଧାରଣ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୨, ଆରାଧନା : ମା’ କାଳୀ ।

ବିଛା : ଦ୍ୱିତୀୟ ଚନ୍ଦ୍ର, ରବିବାର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ଧନ ଓ ଆୟ ଅଧିକ କରିବା ପାଇଁ ନୂତନ ଯୋଜନା କରିବେ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ଧନୁ : ସକାଳ ୭ଟା ୩୫ ମିନିଟ୍ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଅଶୁଭଫଳ ମିଳିବ ଏବଂ ଆଳସ୍ୟତା ବୃଦ୍ଧି ପାଇବ । ଏହାପରେ ଶ୍ରୀଚନ୍ଦ୍ର ଯୋଗୁ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ଲୋପ୍ ପାଇବ ଏବଂ ମନ ପ୍ରଫୁଲ ରହିବ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ ସମର୍ଥ ହେବେ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ସକାଳ ୭ଟା ୩୫ ମିନିଟ୍ ପରେ ଦ୍ୱାଦଶ ଚନ୍ଦ୍ର ଏବଂ ଅପରାହ୍ଣ ୧ଟା ୫୮ ମିନିଟ୍ ପର୍ଯ୍ୟନ୍ତ ଘାତତିଥି ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

କୁମ୍ଭ : ସକାଳ ୭ଟା ୩୫ ମିନିଟ୍ ପରେ ଘାତଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ରୋଗ, ଋଣରେ ସନ୍ତୁଳିତ ହେବେ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଆର୍ଥିକ କାରବାର ଏବଂ ଯେକୌଣସି କର୍ମ କରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବେ ଏବଂ ବିପଦର ସମ୍ମୁଖୀନ ହୋଇପାରନ୍ତି । ଆର୍ଥିକ କ୍ଷତି, ଆର୍ଥିକ ଠକାମିରେ ପଡ଼ିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

ମୀନ : ନବମ ଓ ଦଶମ ଚନ୍ଦ୍ର, ରବିବାର ଯୋଗୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ କର୍ମରେ ଉନ୍ନତି ଶିଖର ଛୁଇଁବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ,ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍: କୈଳାସ ଦାଶ

ଯୋଗାଯୋଗ.: ୯୪୩୭୧୩୩୪୭୩

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।