ଏହି ରାଶିର ବ୍ୟକ୍ତିଙ୍କ କ୍ଷେତ୍ରରେ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ
ମେଷ : ଅଷ୍ଟମ ଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ଆର୍ଥିକ କାରବାର, ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ବୃଷ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିପାରନ୍ତି । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ମନରେ ପ୍ରସନ୍ନତା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ମିଥୁନ : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ନୂତନ ବିଦ୍ୟା, କଳାରେ ନିଜର ଶ୍ରେଷ୍ଠତା ପ୍ରଦର୍ଶନ କରିବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ଉନ୍ନତି ଆସିବ ଏବଂ ସେମାନେ ନୂତନ ନିଯୁକ୍ତି କିମ୍ବା ଉଚ୍ଚଶିକ୍ଷା ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ । ବାଣିଜ୍ୟ, ବ୍ୟବସାୟ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଘାତନକ୍ଷତ୍ର ଯୋଗୁ ସହକର୍ମୀଙ୍କ ସହ ମତାନ୍ତର ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ଭଗବାନ ଶିବ ।
ସିଂହ : ଚତୁର୍ଥ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଦସ୍ଥ ଅଧିକାରୀ ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ଆର୍ଥିକ କ୍ଷତି, ଆର୍ଥିକ ଠକାମିରେ ପଡ଼ିବେ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା, ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବାଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ତୃତୀୟ ଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ବନ୍ଧୁବାନ୍ଧବଙ୍କ ସହ ସଦ୍ଭାବ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ପରିବାର ସହ କୌଣସି ଶୁଭକର୍ମରେ ଯୋଗଦେଇପାରନ୍ତି । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମସ୍ତ କର୍ମରେ ଆଣଙ୍କର କର୍ମକୁଶଳତା ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ଦ୍ୱିତୀୟ ଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ହୃତ ଗୌରବ ଫେରିପାଇବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଇତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଘାତବାର ଓ ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବେ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।
ମକର : ଏକାଦଶ ଚନ୍ଦ୍ର, ଶୁକ୍ରବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ ଭାଗ୍ୟ, ଭବିଷ୍ୟ, ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
କୁମ୍ଭ : ଦଶମ ଚନ୍ଦ୍ର ଯୋଗୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଅତୁଟ ରହିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।
ମୀନ : ଘାତବାର ଓ ନବମ ଚନ୍ଦ୍ର ଯୋଗୁ ଘାତବରର ପ୍ରଭାବ ରହିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ମହତ୍ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଗୁରୁଜନଙ୍କ କୃପା ଲାଭ କରିବେ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।