05 AUGUST 2026

Welcome!

Unlock your personalized experience.
Sign Up

ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ପୀଡା ଭୋଗିବାର ଯୋଗ ରହିଛି

Aug 04, 2026 - 22:12
ଏହି ରାଶିର ବ୍ୟକ୍ତିଙ୍କ ଶାରୀରିକ ପୀଡା ଭୋଗିବାର ଯୋଗ ରହିଛି

ମେଷ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧ୍ଚଳ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା: ୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍ ରହିବ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର ସିଂହ ଭାଗ କୌଣସି ଆର୍ଥିକ ସଂସ୍ଥାରେ ସ୍ଥାୟୀ ନିବେଶ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ କମ୍ ରହିବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ମିଥୁନ : ଏକାଦଶ ଚନ୍ଦ୍ର, ବୁଧବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି ଏବଂ କର୍ମରେ ଉନ୍ନତି ଶିଖର ଛୁଇଁବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ଦଶମ ଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ହୃତ ଗୌରବ ଫେରିପାଇବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧୧, ଆରାଧନା : ଭଗବାନ ଶିବ ।

ସିଂହ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆୟଠାରୁ ବ୍ୟୟ ଅଧିକ ହେବ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ଧନକ୍ଷତି,ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

ତୁଳା : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି, ବୁଧବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ପଡ଼ୋଶୀଙ୍କ ସହ ସଦ୍ଭାବ, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ସାରା ପରିବାରକୁ ଏକତାର ସୂତ୍ରରେ ବାନ୍ଧି ରଖିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ପାରିବାରିକ ବିବାଦ, ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଉପୁଜିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧ୍ଚଳ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ ।

ମକର : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ବୁଧବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ପାରିବାରିକ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ଉତ୍ତରାଷାମା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ : କୃଷ୍ଣପକ୍ଷର ତୃତୀୟ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ, ବିଦ୍ୟାରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିବେ ଏବଂ ଉନ୍ନତିମୂଳକ କର୍ମ ପ୍ରତି ଅଧିକ ଧ୍ୟାନ ଦେବେ । ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

ମୀନ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିବେ ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବେ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରବାକୁ ପଡ଼ିପାରେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍: କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।