ଏହି ରାଶିର ବ୍ୟକ୍ତି ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି
ମେଷ : ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର, ପଞ୍ଚମୀ ତିଥି ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ମନରେ ପ୍ରସନ୍ନତା, ବିଦ୍ୟାରେ ବିଚକ୍ଷଣତା ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, କର୍ମରେ ଉନ୍ନତି ଆସିବ ଏବଂ ତାଙ୍କ କର୍ମକୁ ନେଇ ନିଜକୁ ଗୌରବାନ୍ୱିତ ମନେକରିବେ । ପାରିବାରିକ ବିବାଦ, ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ପରିବାରରେ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ, ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ବୃଷ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଓ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ କାଳୀ ।
ମିଥୁନ : ତୃତୀୟ ଚନ୍ଦ୍ର, ଶନିବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।
କର୍କଟ : ଘାତଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା :୧, ଆରାଧନା : ଭଗବାନ ଶିବ ।
ସିଂହ : ଶ୍ରୀଚନ୍ଦ୍ର, ଶନିବାର, ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଧନ ଖର୍ଚ୍ଚ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର, ଘାତବାର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ରୋଗ, ଋଣ, ଶତ୍ରୁରେ ସନ୍ତୁଳି ହେବେ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : ଏକାଦଶ ଚନ୍ଦ୍ର, ଶନିବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ କୌଣସି ଆର୍ଥିକ ସଂସ୍ଥାରେ ସ୍ଥାୟୀ ଭାବେ ନିବେଶ କରିବେ । ପରିବେଶ, ପରିସ୍ଥିତି ଓ ସମୟ ଆପଣଙ୍କ ସପକ୍ଷରେ ଯିବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ବିଛା : ଦଶମ ଚନ୍ଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆପଣ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଅନୁରାଧନା ବିଛା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।
ଧନୁ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଭାଗ୍ୟ , ଭବିଷ୍ୟ ଓ ଭଗବାନଙ୍କ ଉପରେ ଅଗାଧ ବିଶ୍ୱାସ ରହିବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ଆର୍ଥିକ ପ୍ରଗତି, ବ୍ୟବସାୟରେ ଉନ୍ନତି, କର୍ମରେ ଉନ୍ନତି ଶିଖର ଛୁଇଁବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।
ମକର : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।
କୁମ୍ଭ : ସପ୍ତମ ଚନ୍ଦ୍ର, ଶନିବାର, ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।
ମୀନ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।