ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ ; ଆଶୁଆରୋଗ୍ୟ କାମନା କଲେ ନବୀନ ପଟ୍ଟନାୟକ
ଭୁବନେଶ୍ବର,୧୭/୭ : ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ତାଙ୍କର ଅସୁସ୍ଥତା ଖବର ଆସିବା ପରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ସେ ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲରେ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଫୁଲ ସାମଲ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଷୟରେ ଜାଣିବାକୁ ପାଇଲି । ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରୁଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।