15 JULY 2026

Welcome!

Unlock your personalized experience.
Sign Up

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ସାରା ଓଡ଼ିଶାରେ ପ୍ରବଳ ବର୍ଷିବ, ୯ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ

Jul 15, 2026 - 09:03
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ସାରା ଓଡ଼ିଶାରେ ପ୍ରବଳ ବର୍ଷିବ, ୯ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର ୧୫/୦୭: ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ନେଲା ଲଘୁଚାପ ରୂପ। ଆଜି ସକାଳ ସାଢ଼େ ୫ଟା ୩୦ ଭାରତୀୟ ସମୟ ଅନୁସାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶା - ପଶ୍ଚିମ ବଙ୍ଗୋପସାଗର ଉପକୂଳର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨ ଦିନ ଯାଏ ଏହା ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହା ପ୍ରଭାବ ସାରା ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ଜଗତସିଂହପୁରରେ ଅତି ଭୀଷଣ ବର୍ଷା ଆଶଙ୍କା ଅଛି । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଢେଙ୍କାନାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏ ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅଧିକ ପଢ଼ନ୍ତୁ :- School Closed: ପ୍ରବଳ ବର୍ଷାରେ ବେହାଲ ଭଦ୍ରକ, ଆଜି ବି ବନ୍ଦର ରହିବ ସମସ୍ତ ସ୍କୁଲ, ଛୁଟି ଘୋଷଣା କଲେ ଜିଲ୍ଲପାଳ

ଗୁରୁବାର ବା ରଥଯାତ୍ରା ଦିନ କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହୋଇପାରେ ।୧୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା ଅଛି । 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।