ବାଇକ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ଯୁବକ ମୃତ

Jun 25, 2026 - 16:35
ବାଇକ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ଯୁବକ ମୃତ

ଦିଗପହଣ୍ଡି,୨୫।୬: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଅଙ୍କୋରଡା ଛକରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।ବାଇକ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ପାଟପୁର ଗ୍ରାମ କାଳିଆ ସ୍ବାଇଁ ଓ ଚୁଡାଙ୍ଗପୁର ଗ୍ରାମର ଶିବରାମ ସେଠୀ।

ଅଙ୍କୋରଡା ଛକ ନିକଟରେ ଏକ ବାଇକ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ସ୍କୁଟି ଚାଳକ ପାଟପୁର ଗ୍ରାମର କାଳିଆ ସ୍ୱାଇ ଏବଂ ବାଇକ ଚାଳକ ଚୁଡାଙ୍ଗପୁର ଗ୍ରାମର ଶିବରାମ ସେଠୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ବାଇକରେ ବସିଥିବା ସମିର ସେଠୀ ଗୁରୁତର ଆହତ ହୋଇଥିଲେ।ଅଗ୍ନିଶମ ବାହିନୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ମେଡିକାଲକୁ ପଠାଇଥିଲେ। ସମିର ସେଠୀଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲ୍ ସ୍ଥାନାନ୍ତର କରାଯାଇଛି। ଘଟଣା ଖବର ପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପଟେ ଦିଗପହଣ୍ଡି ମେଡିକାଲ ପରିସରରେ ଶୋକର ଛାୟା ଖେଳିଯାଇଛି।