ବିକଶିତ ଭାରତ ଗଠନରେ ଓଡ଼ିଶାର ସର୍ବାଧିକ ଭାଗିଦାରୀ ରହିବ : ମନମୋହନ ସାମଲ
ଭୁବନେଶ୍ୱର,୧୭/୭ : ବିଜେପିର ବିଚାରଧାରାରେ ଅନୁପ୍ରାଣିତ ହୋଇ ଆଜି ରାୟଗଡା ଜିଲ୍ଲା ଅନ୍ତର୍ଗତ ଗୁଣୁପୁର ମ୍ୟୁନିସିପାଲିଟି ଅଧ୍ୟକ୍ଷା ମମତା ଗୌଡ, ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡଙ୍କ ସମେତ ୧୦ଜଣ କାଉନସିଲର, ଗୁଣୁପୁର ବ୍ଲକ ଅଧ୍ୟକ୍ଷା ଝିଲି ଶବର, ଉପାଧ୍ୟକ୍ଷ ସୁଦର୍ଶନ ଶବର, ଗୁଡାରୀ ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର, ନୂଆପଡା ଜିଲ୍ଲା ଖରିଆର ଏନଏସିର ଅଧ୍ୟକ୍ଷ ଉଜ୍ଜ୍ୱଳ ଗୁପ୍ତା, ଉପାଧ୍ୟକ୍ଷ ଶକୁନ୍ତଳା ରାଉତଙ୍କ ସମେତ ୭ଜଣ କାଉନସିଲର, ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ମ୍ୟୁନିସିପାଲିଟିର ପୂର୍ବତନ ଅଧ୍ୟକ୍ଷ ଓ ପୂର୍ବତନ ସଭାପତି ଜୟନ୍ତ କୁମାର ଦିକ୍ଷିତଙ୍କ ସମେତ ଶତାଧିକ ସଂଖ୍ୟାରେ ନେତୃବୃନ୍ଦ ଏବଂ କର୍ମୀ ବିଜେଡି ଛାଡି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବିଜେପି ବିଶ୍ୱର ସବୁଠାରୁ ବଡ଼ ରାଜନୈତିକ ଦଳ ହୋଇପାରିଛି । ଆମେ ସମସ୍ତେ ଭାଗ୍ୟବାନ ଯେ ଏପରି ଏକ ବିରାଟ ଦଳରେ ଆମେ କାର୍ଯ୍ୟ କରୁଛୁ । ଦେଶର ୨୨ରାଜ୍ୟରେ ବିଜେପି ଏବଂ ଏନ୍ଡିଏ ସରକାର ଅଛି । ରାଜ୍ୟରେ ବିଜେପି ସରକାରକୁ ଆସିବା ପରେ ଯାହା ସବୁ ପ୍ରତିଶ୍ରୁତି ଦେଇଥିଲା, ଗୋଟିଏ ପରେ ଗୋଟିଏ ପୂରଣ କରି ଜନସାଧାରଣଙ୍କ ଆସ୍ଥାଭାଜନ ହୋଇପାରିଛି ବୋଲି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଯୋଗଦେଇ ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ କହିଛନ୍ତି ।
ଏହି ଅବସରରେ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ବିଜେପି ପରିବାର ଦିନକୁ ଦିନ ବଢ଼ି ଚାଲିଛି । ଏଥିରେ ନୂତନ କାର୍ଯ୍ୟକର୍ତ୍ତାଙ୍କ ଯୋଗଦାନ ଗୁରୁତ୍ୱପୂର୍ଣ୍ଣ । ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ ସମସ୍ତ ନୂତନ ସଦସ୍ୟଙ୍କୁ ଉତରୀୟ ପ୍ରଦାନ କରିବା ସହ ଦଳୀୟ ଟୋପି ପିନ୍ଧାଇ ସ୍ୱାଗତ କରିଛନ୍ତି । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କେ.ଭି.ସିଂହଦେଓ, ରାଜସ୍ୱମନ୍ତ୍ରୀ ସୁରେଶ ପୁଜାରୀ, କଳାହାଣ୍ଡି ସାଂସଦ ମାଳବିକା ଦେବୀ, ରାଜ୍ୟ ଉପସଭାପତି ରମେଶ ସାହୁ, ରାଜ୍ୟ ସାଧାରଣ ସଂପାଦକ ସୀମାଂଚଳ ଖଟେଇ ଓ ପୂର୍ଣ୍ଣିମା ନାୟକ, ପୂର୍ବତନ ସାଂସଦ ପର୍ଶୁରାମ ମାଝୀ, ରାଜ୍ୟ ସଂପାଦକ ସରୋଜ କର, କୋରାପୁଟ ସାଂସଦ ପ୍ରାର୍ଥୀ କାଳିରାମ ମାଝୀ, ରାୟଗଡା ଜିଲ୍ଲା ସଭାପତି ଗୋପୀ ଆନନ୍ଦ, ନୂଆପଡା ଜିଲ୍ଲା ସଭାପତି କମଳେଶ ଦିକ୍ଷୀତ, ଝାରସୁଗୁଡା ଜିଲ୍ଲା ସଭାପତି ରଘୁନନ୍ଦନ ପଣ୍ଡା, ଖରିଆର ରୋଡ ଏନଏସି ଅଧ୍ୟକ୍ଷା ଡ.ସୋନିଆ ଗୋଲ୍ଟି ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହି ସ୍ୱାଗତ ଜଣାଇଥିଲେ ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।